ବୀମା କମ୍ପାନୀଙ୍କୁ କଡ଼ା ଚେତାବନୀ : ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ କଡା ଆକ୍ସନ ନେବେ ସରକାର

Published By : Prameya-News7 Bureau | December 26, 2024 IST

ଭୁବନେଶ୍ବର ୨୬।୧୨: ଫସଲ ବୀମା ନେଇ ବୀମା କମ୍ପାନୀଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଚେତାବନୀ । ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ କଡା ଆକ୍ସନ ନେବେ ସରକାର । ମନ୍ତ୍ରୀ କହିଲେ ଫସଲବୀମା ନିୟମ କମ୍ପାନୀ ଲାଭ ପାଇଁ ନୁହେଁ । ଏସମୟରେ ବୀମା କମ୍ପାନୀ ମାନେ ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ହେବା ଦରକାର । ୨୪ ତାରିଖ ଯାଏ ୨୦ ହଜାରରୁ ଅଧିକ ଚାଷୀ ବୀମା ପାଇଁ ଆବେଦନ କରି ସାରିଲେଣି । ସେମାନଙ୍କୁ ବୀମା ପ୍ରଦାନ ନେଇ ବୀମା କମ୍ପାନୀ ଗୁଡିକ ଆଇନ ଅନୁଯାଇ କାମ କରିବା ଦରକାର । ପୂର୍ବ ଭଳି ବେଲାଇନ ହେଲେ ସରକାରଙ୍କ ପାଖରେ ବହୁତ ଅସ୍ତ୍ର ଅଛି ସେମାନଙ୍କୁ ଲାଇନକୁ ଆଣିବାକୁ । ଇନସ୍ୟୁରାନ୍ସ କମ୍ପାନୀ ସହ କୃଷି ବିଭାଗ ୨ଟି ମିଟିଂ କରି ସାରିଲାଣି । ଏହାସହ ରାଜସ୍ବ ମନ୍ତ୍ରୀ କହିଛନ୍ତି । ଅନେକ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଯାହା ଫଳରେ ମଣ୍ଡି ଖୋଲିବା ତାରିଖ ମଧ୍ୟ ଘୁଞ୍ଚାଇବାକୁ ବାଧ୍ୟ ହେଉଛି । ପରିସ୍ଥିତିକୁ ନଜରରେ ରଖି ପୁଣି ଥରେ ମଣ୍ଡି ଖୋଲିବା ସୂଚୀ ପ୍ରକାଶ ହେବ । ଲଗାତାର ବର୍ଷା ଯୋଗୁଁ ଏଯାଏଁ କ୍ଷୟକ୍ଷତି ଆକଳନ ହୋଇନି । କୃଷି ବିଭାଗ ସହ ଆଲୋଚନା ହୋଇଛି । ସମବାୟ ବିଭାଗର ବି ଭୂମିକା ଅଛି । ୨୮ ତାରିଖରେ ରାଜସ୍ୱ କୃଷି ସମବାୟ ସହ ଅନ୍ୟ ବିଭାଗ ବୈଠକ ରହିଛି । କ୍ଷୟକ୍ଷତି ରିପୋର୍ଟ ଆସିବା ପରେ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ । ତାପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ନେଇ ଅବଗତ କରାଯିବ । ଯଦି କିଏ ସର୍ଭେରୁ ବାଦ୍‌ ପଡ଼ିଥିବେ ତାହେଲେ ରାଜସ୍ବ ବିଭାଗ ନିକଟରେ ଅଭିଯୋଗ ବି କରିପାରିବେ । ସରକାର ଅତି ସମ୍ବେଦନଶୀଳତା ସହ ସ୍ଥିତି ଉପରେ ନଜର ରଖିଛନ୍ତି । ମନ୍ତ୍ରୀ ବିଧାୟକ ମାନେ ଗ୍ରାଉଣ୍ଡ ଜିରୋରେ ଅଛନ୍ତି । ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ମୋହନ ସରକାର ଅତି ସମ୍ବେଦନଶୀଳ ବୋଲି ମନ୍ତ୍ରୀ କହିଛନ୍ତି ।

You Can Read:

ଅଦିନିଆ ବର୍ଷା ଉଜାଡ଼ି ଦେଲା ଚାଷ : କେନ୍ଦ୍ରାପଡ଼ା ଓ ଗଞ୍ଜାମରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.