ଭୁବନେଶ୍ବର ୧୮।୭: ସିଏମ୍ଓରୁ ହଟିଲେ ଆଇଏଏସ୍ ରୁପାରୋଶନ ସାହୁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କୁ ବଦଳି କରାଯାଇଛି । ରୁପାରୋଶନଙ୍କୁ ଏସ୍ସି/ଏସ୍ଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଦାୟିତ୍ବ ମିଳିଛି । ପୂର୍ବରୁ ରୁପା ଏହି ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଉଥିଲେ ।
ଉଲ୍ଲେଖଯୋଗ୍ୟ ଯେ, ବୁଧବାର କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା । ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା । ପୂର୍ବରୁ ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ ଅରିନ୍ଦମ ଡାକୁଆ ପାନୀୟ ଜଳ ଓ ପରିମଳ ବିଭାଗର ସଚିବ ସହିତ ଓଡ଼ିଶା ଜୀବିକା ମିଶନର ନିର୍ଦ୍ଦେଶକ ଥିଲେ । ସେହିଭଳି ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅନୁପମ ଶାହା ଓଡ଼ିଶା ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସହ ମୋ ସ୍କୁଲର ସଦସ୍ୟ ସଚିବ ଓ ଓଡ଼ିଶା ଶ୍ରମ ଆୟୁକ୍ତ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉ ଥିଲେ ।
ଅରିନ୍ଦମ ଡାକୁଆ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ମାସ ପର୍ଯ୍ୟନ୍ତ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଉପଜିଳ୍ଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ । ସେ ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିସାରିଛନ୍ତି । ସେହିପରି ଅନୁପମ ଶାହା ୨୦୧୪ ସେପ୍ଟେମ୍ବରରୁ ୨୦୧୫ ଡିସେମ୍ବର ପର୍ଯ୍ୟନ୍ତ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିସାରିଛନ୍ତି । ସେ କୋରାପୁଟ ଓ ଗଜପତି ଜିଲ୍ଲାପାଳ ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି ।
You Can Read:
ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ, ଅନୁପମ ଶାହା ଅତିରିକ୍ତ ସଚିବ