ପବିତ୍ର ଶାମ୍ବଦଶମୀ, ଚନ୍ଦ୍ରଭାଗାରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ

Published By : Prameya-News7 Bureau | January 09, 2025 IST

କୋଣାର୍କ ୦୯।୦୧ : ଆଜି ପବିତ୍ର ଶାମ୍ବଦଶମୀ । ଏହି ଅବସରରେ ଅର୍କକ୍ଷେତ୍ରରେ କୋଣାର୍କ ଚନ୍ଦ୍ରଭାଗା ଚଳଚଞ୍ଚଳ l ଶ୍ରଦ୍ଧାଳୁ ଏବଂ ସୂର୍ଯ୍ୟ ଉପାସକ ମାନେ ସକାଳୁ ଚନ୍ଦ୍ରଭାଗା ଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । କାହିଁ କେଉଁ କାଳର ପରମ୍ପରା ଓ କିମ୍ବଦନ୍ତୀ ।

ତେବେ ଶାମ୍ବଦଶମୀ ଦିନ ଚନ୍ଦ୍ରଭାଗା ଠାରେ ସ୍ନାନ କରି ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ କଲେ ପରିବାର ସଦସ୍ୟ ମାନଙ୍କ ଶରୀରରେ ଥିବା ରୋଗ ମୁକ୍ତ ହେବା ସହ ମନୋସ୍କାମନା ପୂରଣ ଓ ପରିବାରର ମଙ୍ଗଳ ହୋଇଥାଏ ବୋଲି ବିଶ୍ବାସ ରହିଛି । ଶାମ୍ବଦଶମୀ ତିଥିରେ କୋଣାର୍କ ଅବଧୂତ ମଠ ଠାରୁ ଏକ ସୂର୍ଯ୍ୟ ରଥ ବାହାରି ଚନ୍ଦ୍ରଭାଗା ନିକଟକୁ ନିଆଯାଇଥାଏ l ସେଠାରେ ୨୭ ଦିନ ରଖାଯାଇ ଗ୍ରହ ନକ୍ଷତ୍ର ପୂଜା ଅର୍ଚନା କରାଯିବା ପରେ ମାଘ ସପ୍ତମୀ ତିଥିରେ ସୂର୍ଯ୍ୟ ମହାପ୍ରଭୁଙ୍କୁ ଅଣାଯାଇଥାଏ l ସୂର୍ଯ୍ୟ ରଥକୁ ଟାଣିବା ପାଇଁ ଶ୍ରଦ୍ଧାଳୁ ଙ୍କୁ ଭିଡ଼ ଜମିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.