ଅଚାନକ ସ୍କୁଲ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ, ବିଦ୍ୟାଳୟ ପରିସରକୁ ସଫାସୁତୁରା ରଖିବାକୁ ପରାମର୍ଶ

Published By : Prameya-News7 Bureau | June 22, 2024 IST

ଉମରକୋଟ ୨୨।୬: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅଚାନକ ନବରଙ୍ଗପୁର ଜିଲ୍ଲା ଗସ୍ତ କରିଛନ୍ତି । ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉମରକୋଟ ବ୍ଲକ୍‌ର ଯୁଭି ୩ ଡ଼ଙ୍ଗରିଗୁଡ଼ା ପ୍ରାଥମିକ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ । ସେଠାରେ ସେ ବିଦ୍ୟାଳୟ ବୁଲି ଦେଖିବା ସହ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଛାତ୍ରଛାତ୍ରୀଙ୍କ ପୋଷଣ ଅଭିଯାନ ଜରିଆରେ ମଧ୍ୟାହ୍ନ ଭୋଜନ ଠିକ୍ ଭାବେ ମିଳୁଛି କି ନାହିଁ ସେ ନେଇ ପଚାରି ବୁଝିଥିଲେ । ଏଥିସହ ବିଦ୍ୟାଳୟ ପରିସରକୁ ସଫା ସୁତୁରା ରଖିବା ପାଇଁ ପରାମର୍ଶ ଦେବା ସହ ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ବିଦ୍ୟାଳୟ କମିଟି ସହ ଆଲୋଚନା କରିଥିଲେ । ଛାତ୍ରଛାତ୍ରୀ ମାନେ ଯେପରି ଉତ୍ତମ ପରିବେଶରେ ଗୁଣାତ୍ମକ ଶିକ୍ଷା ଗ୍ରହଣ କରିବେ ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ମନ୍ତ୍ରୀ ନିତ୍ୟନନ୍ଦ ଗଣ୍ଡ ପ୍ରକାଶ କରିଛନ୍ତି । 

You Can Read :

ଗାଁରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଦୁଇ କିଲୋମିଟର ଚାଲି ଚାଲି ଗଲେ ଗର୍ଭବତୀ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.