ମାର୍ଚ୍ଚ ୮ ରେ ମିଳିବ ସୁଭଦ୍ରା ଟଙ୍କାର ଦ୍ୱିତୀୟ କିସ୍ତି, ବ୍ରହ୍ମପୁରରୁ ଶୁଭାରମ୍ଭ କରିବେ ଉପ-ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | February 28, 2025 IST

ଭୁବନେଶ୍ୱର ୨୮/୦୨: ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି । ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଟଙ୍କାର ଦ୍ୱିତୀୟ କିସ୍ତି ଏଥର ବ୍ରହ୍ମପୁରରୁ ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। 

ଏନେଇ ପ୍ରଭାତୀ ପରିଡା କହିଛନ୍ତି, ମାର୍ଚ୍ଚ ୮ ରେ ମିଳିବ ସୁଭଦ୍ରା ଟଙ୍କା। ଆମେ କହିଥିଲୁ ।  ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ମାର୍ଚ୍ଚ ୮ ତାରିଖରେ ଏକା ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦିତ୍ୱୀୟ କିସ୍ତି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

also read...

ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା, ବ୍ୟାସନଗରରରୁ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

କହିରଖୁଛୁ କି, ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିସାରିଛି । ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ 5 ହଜାର ଟଙ୍କା ଦେଇଛନ୍ତି ସରକାର । ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.