ଗଣେଷ ଭସାଣୀ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଆହତ

Published By : Prameya-News7 Bureau | September 12, 2024 IST

ଭଦ୍ରକ ୧୨।୦୯ : ଗଣେଷ ଭସାଣୀ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ଜିଲ୍ଲା ତିହିଡି ଥାନା ପାଳିଆ ଠାରେ ଘଟିଛି ଏଭଳି ଅଘଟଣ । 

ଖବର ଅନୁଯାୟୀ, ପାଳିଆ ଗାଁରେ ଗଣେଷ ମୂର୍ତ୍ତି ବିସର୍ଜନ ବେଳେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ଦେଖୁ ଦେଖୁ ବିବାଦ ବଢିବା ସହ ଉଭୟଙ୍କ ମଧ୍ୟରେ ମାର୍‌ପିଟ୍‌ ହୋଇଥିଲା । ଯାହାଫଳରେ ଉଭୟ ପଟୁ ଏହି ଗଣ୍ଡଗୋଳରେ ୭ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଗାଁରେ ଉତ୍ତେଜନା ପରେ ଆକ୍ସନକୁ ଆସିଛି ପୋଲିସ । ପୁରା ଗାଁରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.