ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ 'ଦାନା'

Published By : Prameya-News7 Bureau | October 24, 2024 IST

ଭୁବନେଶ୍ୱର ୨୪/୧୦: ଆସିଲା ଭୀଷଣ ବାତ୍ୟା ଦାନାର ବଡ ଅପଡେଟ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । 


ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହାଁଇବ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ । ଆଜି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର,ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧାରେ ଭୀଷଣ ବର୍ଷା ହେବ । 

ଶୁକ୍ରବାର ଆଭ୍ୟନ୍ତରୀଣ ଓଡିଶାର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଦେଇ ଅତିକ୍ରମ କରିବ ବାତ୍ୟାର ଅଂଶ ୨୬ ତାରିଖରେ ଅବପାତ କିମ୍ବା ଲଘୁଚାପ ଭାବରେ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ରେ ବି ବର୍ଷା ହେବ

  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.