ପବିତ୍ର ମହାଳୟା, ଶ୍ରୀକ୍ଷେତ୍ର ତୀର୍ଥ ପୁଷ୍କରିଣୀରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ପିଣ୍ତଦାନ

Published By : Prameya-News7 Bureau | October 02, 2024 IST

ପୁରୀ ୨।୧୦: ବୁଧବାର ପବିତ୍ର ମହାଳୟା । ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଶେଷ ଦିନ । ଆଜିର ଦିନରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ପିଣ୍ତଦାନ କରିବାର ପରମ୍ପରା ରହିଛି । ଭାଦ୍ରବ କୃଷ୍ଣ ପ୍ରତିପଦା ଠାରୁ ଆରମ୍ଭ ହୋଇଥିବା ଏହି ପିତୃପକ୍ଷରେ ପିତୃପୁରୁଷମାନେ ମର୍ତ୍ତ୍ୟମଣ୍ତଳକୁ ଆସିଥାନ୍ତି ବୋଲି ବିଶ୍ୱାସ ରହିଛି । ପିତୃପକ୍ଷର ପ୍ରତ୍ୟେକ ତିଥିରେ ଶ୍ରାଦ୍ଧ ଦିଆଯାଉଥିଲେ ମଧ୍ୟ ମହାଳୟାରେ ଶ୍ରାଦ୍ଧ ଓ ପିଣ୍ତଦାନ କରିବାର ବିଶେଷ ମହତ୍ତ୍ୱ ରହିଛି । 

ବିଶେଷ କରି ତୀର୍ଥକ୍ଷେତ୍ର ଓ ତୀର୍ଥ ପୁଷ୍କରିଣୀରେ ପିଣ୍ତଦାନ ସହ ତର୍ପଣ କରାଯାଉଥିବାରୁ ପୁରୀରେ ଏଥିପାଇଁ ବହୁତ ଭକ୍ତ ଆସି ପିଣ୍ତଦାନ କରିଛନ୍ତି । ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତ ମାନେ ଯେଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଦର୍ଶନ ସହ ମହାପ୍ରସାଦ ସେବନ କରିପାରିବେ ସେନେଇ ବିଶେଷ ଦୃଷ୍ଟି ଦିଆଯାଇଛି ।

You Can Read:

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ଗୁପ୍ତ ଗୁଣ୍ଡିଚା ନୀତି, ନାରାୟଣୀ ମନ୍ଦିରକୁ ବିଜେ କଲେ ଦୁର୍ଗାମାଧବ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.