ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ସେବାୟତଙ୍କ ଦାଦାଗିରି, ଗଣମାଧ୍ୟମର ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ

Published By : Prameya-News7 Bureau | April 06, 2025 IST

ଭୁବନେଶ୍ବର ୬ପୁଣି ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି । ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦାଦାଗିରି ଦେଖାଇଲେ ସେବାୟତ । କ୍ୟାମେରା ଓ ମୋବାଇଲ୍ ଫୋନ୍ ଛଡ଼େଇ ନେବା ସହ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ସେବାୟତ । ଆକ୍ରମଣର ଶିକାର ହୋଇ ଜଣେ ମହିଳା ସାମ୍ବାଦିକା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଜଣେ କ୍ୟାମେରା ମ୍ୟାନ ମଧ୍ୟ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ପ୍ରାୟ ୨୦ରୁ ଉର୍ଦ୍ଧ୍ବ ସେବାୟତ ଏହି ଘଟଣାରେ ସମ୍ପୃକ୍ତ ଥିବା ଦେଖିବାକୁ ମିଳିଛି । 

ଜଣେ ମହିଳା ସାମ୍ବାଦିକା ସହ‌ ଅନ୍ୟ ଗଣମାଧ୍ୟମର ପ୍ରତିନିଧି ଓ କ୍ୟାମେରା ମ୍ୟାନ ମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି । ତେବେ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ଟଙ୍କା ନେଇ ଭକ୍ତ ମାନଙ୍କୁ ଛାଡୁଥିବା ଅଭିଯୋଗ କରିଥିଲେ ଭକ୍ତ । ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଏହାକୁ ନେଇ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଯାହାକୁ ନେଇ ଆଜି ଗଣମାଧ୍ୟମକୁ ଆକ୍ରମଣ କରିଥିଲେ ସେବାୟତ । ସେପଟେ ଏହି ଘଟଣାକୁ ନେଇ ସାମ୍ବାଦିକ ମାନଙ୍କ ପକ୍ଷରୁ ସିଂହଦ୍ଵାର ଥାନାରେ ଏତଲା ଦିଆଯାଇଛି ।

You Can Read:

ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.