ପୁରୀ ୫।୧: ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ ହୋଇଛନ୍ତି । ୩ ମାସ ପାଇଁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଅନ୍ୟ ସେବାୟତଙ୍କୁ ମାର୍ପିଟ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ । ୩ ମାସ ପାଇଁ ସମସ୍ତ ପ୍ରକାର ସେବାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶ ।
ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଜଣେ ସେବକଙ୍କୁ ମାରପିଟ୍ ପାଇଁ ଶ୍ରୀମନ୍ଦିର ଆଇନ୍ ୨୧(କ) ଧାରା ଅନୁସାରେ ମୁଖ ପଖାଳ ସେବକ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ସେବାରୁ ନିଲମ୍ବିତ କରାଯାଇଛି । ଏହା ପୂର୍ବରୁ ତାଙ୍କୁ କୈଫିୟତ ତଲବ ହୋଇଥିଲା । ନିଲମ୍ବନ ସମୟରେ ବିଶ୍ବନାଥ ଖୁଣ୍ଟିଆ ଶ୍ରୀମନ୍ଦିର ମଧ୍ୟରେ ତାଙ୍କ ସମସ୍ତ ସେବାରୁ ନିବୃତ୍ତ ରହିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦେଶ ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଅରବିନ୍ଦ ପାଢୀ ଆଉ ଥରେ ସ୍ପଷ୍ଟ କରିଛନ୍ତି ଯେ ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ ।
You Can Read:
ସୁନା ଦୋକାନରୁ ଲୁଟ୍ ଓ ଗୁଳିକାଣ୍ଡ ଘଟଣାରେ କ୍ରାଇମବ୍ରାଞ୍ଚ STFର ତନାଘନା, ସିସିଟିଭି ଫୁଟେଜ ସଂଗ୍ରହ କରିଛି ପୋଲିସ