ସୋଆ ରେଡ଼ିଓରେ ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ

Published By : Prameya-News7 Bureau | May 31, 2024 IST

ଭୁବନେଶ୍ୱର ୩୧।୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଦ୍ୱାରା ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଯାଇଛି । 

ଚଳିତ ବର୍ଷର ପ୍ରସଙ୍ଗ ‘ପିରିୟଡ ଫ୍ରେଣ୍ଡଲି ୱାର୍ଲ୍ଡ’କୁ ନେଇ ରେଡ଼ିଓ ଷ୍ଟେସନ୍ ପକ୍ଷରୁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଥିଲା । 

ଋତୁସ୍ରାବ ସମୟରେ ସ୍ୱାସ୍ଥ୍ୟର ଯତ୍ନ ଏବଂ ମହିଳା ଓ ଝିଅ ମାନଙ୍କର ଶାରୀରିକ, ମାନସିକ ଏବଂ ସାମାଜିକ ସୁସ୍ଥତା ଉପରେ ଗୁରୁତ୍ୱାରୋପ କରାଯାଇ ଏହି ଦିବସକୁ ପାଳନ କରାଯାଇଥାଏ ।

ଏହି ଅବସରରେ ସୋଆର କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଉପସ୍ଥିତ ରହି ବିଶ୍ୱ ବିଦ୍ୟାଳୟର ମହିଳା ସଫେଇ କର୍ମଚାରୀମାନଙ୍କ ମଧ୍ୟରେ ପରିବେଶ ଅନୁକୂଳ ସାନିଟାରୀ ପ୍ୟାଡ ବଂଟନ କରିଥିଲେ । 

ରେଡ଼ିଓ ଷ୍ଟେସନ୍‌ର ଇନ୍‌ଚାର୍ଜ ଶ୍ରୀମତି ହନୀ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ସଚେତନ କରିବା ସହ ଏହା ଦ୍ୱାରା ଋତୁସ୍ରାବକୁ ନେଇ ରହିଥିବା ଭୁଲ ଧାରଣାକୁ ଦୂର କରିବାରେ ସହାୟକ ହେବ ।

ସୋଆ ରେଡ଼ିଓ ଷ୍ଟେସନ୍‌ର ରେଡ଼ିଓ ଜକି ଶୁଭଶ୍ରୀ ଶୁଭସ୍ମିତା ସ୍ୱାଇଁ, ଶୁଭଶ୍ରୀ ପାତ୍ର ଓ ଶୁଭଶ୍ରୀ ସାହୁ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

You Can Read :

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ୨୧ଦିନ ବ୍ୟାପି ଭିତର ଚନ୍ଦନ ଯାତ୍ରା ଆରମ୍ଭ, ସେପଟେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.