ଭୁବନେଶ୍ବର ୨୦।୫: ଖୁବ୍ଶୀଘ୍ର କେରଳ ଛୁଇଁବ ମୌସୁମୀ । ୪ରୁ ୫ଦିନ ମଧ୍ୟରେ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ନେଇ ପାଣିପାଗ ଅନୁକୂଳ ରହିଛି । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ ଜରିଆରେ ସୂଚନା ପ୍ରଦାନ କରିଛନ୍ତି ।
ସେ ଲେଖିଛନ୍ତି, କେରଳ ଛୁଇଁବ ମୌସୁମୀ !! ଆଗାମୀ ୪ରୁ ୫ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ।
ଗତ ୧୩ ତାରିଖରେ ଆଣ୍ଡାମାନ ସାଗରରେ ପ୍ରବେଶ କରିଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇସାରିଛି । ୪ରୁ ୫ ଦିନ ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ ବାୟୁ । ତେବେ ଜୁନ୍ ଦ୍ବିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବ ବୋଲି ଆକଳନ କରାଯାଉଛି ।
ଉଲ୍ଲେଖଯୋଗ୍ୟ ଯେ, ଚଳତବର୍ଷ ମୌସୁମୀ ବାୟୁ ସଅଳ ଆସିଛି । ଏବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଭାରତରେ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା । ପ୍ରତିବର୍ଷ ମୌସୁମୀ ପ୍ରାୟତଃ ଜୁନ୍ ୧ ତାରିଖରେ କେରଳ ଉପକୂଳ ଛୁଇଁଥାଏ । ଏବର୍ଷ ଆଗୁଆ ଆସିବାର ସମ୍ଭାବନା ରହିଛି ।
You Can Read:
ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ପ୍ରସୂତୀ ଓ ନବଜାତକଙ୍କ ମୃତ୍ୟୁ : ମହିଳା ସ୍ବାସ୍ଥ୍ୟକର୍ମୀ ଗିରଫ