ପୁରୀ ୧୯।୦୬ : ଆସନ୍ତା ୨୨ ତାରିଖରେ ପବିତ୍ର ସ୍ନାନ ପୂର୍ଣ୍ଣିମା। ରତ୍ନବେଦୀ ଛାଡି ସ୍ନାନ ବେଦୀରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ତେବେ ସ୍ନାନ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ବୁଧବାର ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ।
ଗଜପତି ମହାରାଜା ଦିବ୍ୟସିଂହ ଦେବ ଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଛତିଶା ନିଯୋଗରେ ଅନୁମୋଦିତ ହୋଇଥିବା ନୀତି ନିର୍ଘଣ୍ଟକୁ ମୋହର ମାରିବ ପରିଚାଳନା କମିଟି। ବିଶେଷ କରି ସ୍ନାନ ଯାତ୍ରାକୁ ଶୃଙ୍ଖଳିତ କରିବା ଓ ଶ୍ରଦ୍ଧାଳୁମାନେ ଯେଭଳି ମହାପ୍ରଭୁଙ୍କ ଦୁର୍ଲଭ ବେଶକୁ ଭଲଭାବରେ ଦର୍ଶନ କରିପାରିବେ ସେନେଇ ବୈଠକରେ ଆଲୋଚନା ହେବ। ଏହି ବୈଠକରେ ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି, ପରିଚାଳନା କମିଟି ସଦସ୍ୟ ମାନେ ଉପସ୍ଥିତ ରହିବେ।