ଭୁବନେଶ୍ୱର ୯।୧୧: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି । ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି । ୨୩୬୯ ପଦବୀ ଖାଲି ଅଛି । ଏହି ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବୀ ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ।
You Can Read:
ରାଜ୍ୟର ପଦ୍ମ ବିଜେତାଙ୍କ ପାଇଁ ବଡ଼ ଘୋଷଣା: ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନସୂଚକ ରାଶି