୧୦୦ ଦିନ ମଧ୍ୟରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି ରାଜ୍ୟ ସରକାର : ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | June 13, 2024 IST

କଣାସ ୧୩।୬: ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରିଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ । ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥା ହେବା ସମୟରେ ସେ କହିଥିଲେ ଯେ, ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି । ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ । ସେ ଆହୁରି ମଧ୍ୟ କହିଥିଲେ ଯେ, ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି । ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

You Can Read :

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମମାଟି ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ସଠିଘର ବୁଲି ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.