୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା, ରି-ଚେକ୍ ପାଇଁ ବିଡ଼ିଓଙ୍କୁ ଦାୟିତ୍ୱ : ଉପ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | November 02, 2024 IST

ଭୁବନେଶ୍ବର ୨।୧୧: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ନଭେମ୍ବର ଶେଷ ସପ୍ତାହରେ ମିଳିବ ‘ସୁଭଦ୍ରା’ ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଡିସେମ୍ବରରେ ମିଳିବ ଚତୁର୍ଥ ପର୍ଯ୍ୟାୟ ଟଙ୍କା । ତେବେ ଡିସେମ୍ବର ଶେଷ ସୁଦ୍ଧା କୋଟିଏରୁ ଉର୍ଦ୍ଧ୍ବ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର । ଖାରଜ ହୋଇଥିବା ଆବେଦନର ରି-ଚେକ୍ ପାଇଁ ବିଡ଼ିଓଙ୍କୁ ନୋଡାଲ ଏଜେନ୍ସି ଭାବେ ଦାୟିତ୍ୱ ଦିଆଯାଇଛି । ଜିଲ୍ଲାସ୍ତରରେ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ନେଇ ତିନି ଜଣିଆ କମିଟି ଗଠନ କରାଯାଇଛି । ଆବେଦନ ଖାରଜ ହୋଇଥିବା ହିତାଧିକାରୀଙ୍କୁ ଅଙ୍ଗନବାଡ଼ି ଦିଦିଙ୍କ ମାଧ୍ୟମରେ ନୋଟିସ୍ ହେବ । 

ଜମି ଆଧାରରେ ଯେଉଁ ମାନଙ୍କର ଆବେଦନ ଖାରଜ ହୋଇଛି ତହସିଲଦାର ଓ ଆରଆଇଙ୍କ ଦ୍ଵାରା ଆଉ ଥରେ ଯାଞ୍ଚ କରାଯିବ । ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ଜମି ଆଧାରରେ ଖାରଜ ହୋଇଥିବା ହିତାଧିକାରୀଙ୍କ ସଂଖ୍ୟା ଅଧିକ । ସେହିପରି ବ୍ୟାଙ୍କ ଲିଙ୍କ୍ ହୋଇନଥିବାରୁ କଟିଥିଲେ ସେମାନେ ବ୍ୟାଙ୍କ ସହିତ ଯୋଗାଯୋଗ କରି ବ୍ୟାଙ୍କ ସ୍ପଷ୍ଟୀକରଣ ଦାଖଲ କରିପାରିବେ । ଅଙ୍ଗନବାଡି କର୍ମୀ ଏବଂ ଏମବିକେ ମାନଙ୍କ ଆବେଦନ ସରକାରୀ ଚାକିରିଆ ଭାବେ କଟାଯାଇଛି । ସେଗୁଡ଼ିକର ମଧ୍ୟ ଯାଞ୍ଚ କରାଯାଇ ଟଙ୍କା ଦିଆଯିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।


You Can Read:

ଯୁବତୀଙ୍କ ଉପରେ ଚଢିଗଲା ମୋ ବସ୍, ଘଟଣାସ୍ଥଳରେ ଉତ୍ତେଜନା,ପୋଲିସ ଫୋର୍ସ ମୁତୟନ 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.