ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ, ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ମୁତୟନ ହେବେ ୩୬ ପ୍ଲାଟୁନ ଫୋର୍ସ

Published By : Prameya-News7 Bureau | November 14, 2024 IST

ପୁରୀ ୧୪।୧୧: ଶୁକ୍ରବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ଜୋରଦାର ପ୍ରସ୍ତୁତି ଜାରି ରହିଛି । କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ । ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ମୁତୟନ ହେବେ ୬ ଅତିରିକ୍ତ ଏସ୍‌ପି, ୧୪ ଡିଏସ୍‌ପି, ୩୭ ଇନ୍ସପେକ୍ଟର, ୫ ଶହ ହୋମଗାର୍ଡ, ୩୬ ପ୍ଲାଟୁନ ପୋଲିସ ଫୋର୍ସ । ଭିଡ ନିୟନ୍ତ୍ରଣ, ଟ୍ରାଫିକ ନିୟନ୍ତ୍ରଣ ଉପରେ ବିଶେଷ ଫୋକସ୍ ରହିବ । ସମୁଦ୍ର କୂଳରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏ ନେଇ ପୁରୀ ଏସ୍‌ପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି ।

ମାର୍କେଟ୍‌ ଛକରୁ ହୋଇଥିବା ବ୍ୟାରିକେଡ଼ରେ ପ୍ରବେଶ କରିବେ ଭକ୍ତ । ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନ କରିବେ‌ ।

You Can Read:

ବନ୍ଦ ଘରୁ ମିଳିଲା ଯୁବକଙ୍କ ମୃତଦେହ, ଜଣାପଡିନି ମୃତ୍ୟୁର ପ୍ରକୃତ କାରଣ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.