ପାଟଣାଗଡ଼ ପାର୍ସଲ ବୋମା ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, ୪ ସପ୍ତାହରେ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ନିର୍ଦ୍ଦେଶ

Published By : Prameya-News7 Bureau | January 29, 2025 IST

ପାଟଣାଗଡ଼ ୧: ପାଟଣାଗଡ଼ର ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ସୁପ୍ରିକୋର୍ଟ ହସ୍ତକ୍ଷେପ କରିଛନ୍ତି । ଏହି ମାମଲାରେ ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । 

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାଟି ୨୦୧୮ ଫେବୃୟାରୀ ମାସରେ ଘଟିଥିଲା । ଏହି ମାମଲା ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାରାଧୀନ ରହିଛି । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରାଯାଇଥିଲା । ପୁଞ୍ଜିଲାଲଙ୍କ ଆବେଦନକୁ ବିଚାର କରି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

You Can Read:

ଜଗନ୍ନାଥ ଜମି ବେଆଇନ ପ୍ଲଟିଂ ଓ ବିକ୍ରି ପ୍ରସଙ୍ଗ : ଦଖଲକାରୀଙ୍କୁ ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.