ସକାଳୁ ସକାଳୁ ଜଳିଲାଣି ଓଡିଶା, ସକାଳ ସାଢେ ୮ଟା ସୁଦ୍ଧା ୩୮ ଡିଗ୍ରୀ ଛୁଇଁଲାଣି ତାପମାତ୍ରା

Published By : Prameya-News7 Bureau | May 29, 2024 IST

ଭୁବନେଶ୍ବର ୨୯।୫: ସକାଳୁ ସକାଳୁ ଜଳିଲାଣି ଓଡିଶା । ସକାଳ ସାଢେ ୮ଟା ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଯାୟୀ ୩୮ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଝାରସୁଗୁଡ଼ା ଓ ସୋନପୁରରେ ୩୭.୪ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀରରେ ୩୬.୪, ହୀରାକୁଦରେ ୩୬.୨ ଡିଗ୍ରୀ ରହିଛି । ସମ୍ବଲପୁରରେ ୩୬, ରାଉରକେଲାରେ ୩୫.୮, ହୀରାକୁଦ ଓ ତାଳଚେରରେ ୩୫.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିଭଳି ବୌଦ୍ଧରେ ୩୫, ନୟାଗଡ଼ରେ ୩୪.୬, ଫୁଲବାଣୀ ଓ ଟିଟିଲାଗଡ଼ରେ ୩୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ପାଣିପାଗ ବିଭାଗର ଆକଳନ ହେଲା, ଆସନ୍ତା ୨ ଦିନ ଭିତରେ ତାତି ଆହୁରି ୨-୩ ଡିଗ୍ରୀ ବଢିପାରେ ଅନେକ ସ୍ଥାନରେ । ଅନୁମାନ କରାଯାଉଛି, ୩୧ ତାରିଖ ପରେ ଆଶ୍ୱସ୍ତି ଆଣିବ କାଳବୈଶାଖୀ ବର୍ଷା । ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ଗ୍ରୀଷ୍ମ ଲହରି ଜଳାଇବ । ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ଜାରି ରହିବ ଗ୍ରୀଷ୍ମ ଲହରି । 

ଉପକୂଳର ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୀଷଣ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ ଆସନ୍ତା ଦୁଇଦିନ । ଏଥିପାଇଁ ଉପରୋକ୍ତ ସମସ୍ତ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ଯେ ଅଂଶୁଘାତ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ । ୩୧ ଓ ୧ ଜୁନ୍‌ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଅଛି । ଏହା ପ୍ରଭାବରେ ୪୦-୫୦ କିମି ବେଗରେ ପବନ ସହ ଧୂଳିଝଡ଼ ଓ ବର୍ଷା ହୋଇପାରେ । କାଳବୈଶାଖୀ ହେଲେ ହିଁ ତାତି ଓ ଗୁଳୁଗୁଳିରୁ ବଡ଼ ଆଶ୍ୱସ୍ତି ମିଳିବ ।

You Can Read :

ଓଡ଼ିଶାକୁ ଫେରିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ତାପମାତ୍ରା ୨ରୁ ୩ଡିଗ୍ରୀ ଯାଏ ବଢିବା ସମ୍ଭାବନା

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.