୧୯ରେ ବିଜେପି ସରକାର ଗଠନର‌ ଶହେ ଦିନ ପୂର୍ତ୍ତି, ପୁରୀ ବେଳାଭୂମିରେ ହେବ ଆୟୋଜନ

Published By : Prameya-News7 Bureau | September 17, 2024 IST

News7

ଭୁବନେଶ୍ୱର: ୧୯ ତାରିଖରେ ଅନୁଷ୍ଠିତ ହେବ ବିଜେପି ସରକାର ଗଠନର‌ ଶହେ ଦିନ ପୂର୍ତ୍ତି ଉତ୍ସବ। ପୁରୀ ଶରଧାବାଲି ଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶରଧାବାଲି ଠାରେ ପହଞ୍ଚି ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ କଲେ ଆଲୋଚନା କରିଛନ୍ତି।

ଏଥିସହ ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରିମଣ୍ଡଳ, କେନ୍ଦ୍ରମନ୍ତ୍ରୀ, ସମସ୍ତ ବିଧାୟକ, ସାଂସଦ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଶହେ ଦିନ ଭିତରେ ସମସ୍ତ ପ୍ରତିଶ୍ରୁତି ତଥା ନିର୍ବାଚନୀ ଇସ୍ତାହାର ପୂରଣ କରାଯାଇଥିବାରୁ ଏନେଇ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ମଧ୍ୟ ଅନୁଷ୍ଠିତ ହେବ। ବିଜେପି ସରକାର ଆଗାମୀ ଦିନରେ ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ ବଦ୍ଧପରିକର ବୋଲି ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବାର୍ତ୍ତା ଦିଆଯିବ। 

ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୁରୀ ଗସ୍ତରେ ଆସି ଶରଧାବାଲି ଠାରେ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳ, ଏସପି ଉପସ୍ଥିତ ରହି ସମସ୍ତ ପ୍ରସ୍ତୁତି ବିଷୟରେ ଉପମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ବିଜେପି ସରକାର ଗଠନ ହେବାର ଶହେ ଦିନ ପୂର୍ତ୍ତି ଉତ୍ସବ ଶରଧାବାଲିରୁ ଆରମ୍ଭ ହେଉଥିବା ବେଳେ ଏହା ଜିଲ୍ଲା ସ୍ତରରେ ମଧ୍ୟ ଆୟୋଜନ କରାଯିବ। 

ବିଜେପି ସରକାର ଆଗାମୀ ଦିନରେ ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ କିଭଳି କାର୍ଯ୍ୟ କରିବ ସେନେଇ ମଧ୍ୟ ଜନସାଧାରଣଙ୍କୁ ଏହି‌ କାର୍ଯ୍ୟକ୍ରମ ମାଧ୍ୟମରେ ଅବଗତ କରାଯିବ। ସେପଟେ ପୁରୀରେ ଏହି କାର୍ଯ୍ୟକ୍ରମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୁରୀ ଏସପିଙ୍କ ସୂଚନା ଅନୁସାରେ ପ୍ରାୟ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିବେ। 

ଶ୍ରୀମନ୍ଦିର ରେ ମଧ୍ୟ ମନ୍ତ୍ରୀ ପରିଷଦ ଏବଂ ସାଂସଦ ମାନେ ମହାପ୍ରଭୁଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ଥିବାରୁ ସେଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ। ସେହିପରି ଟ୍ରାଫିକ ସୁପରିଚାଳନା ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ଏସପି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.