ନିଶ୍ଚିନ୍ତକୋଇଲି ୨୮।୧: ଏଟିଏମ୍ରେ ଲାଗିଲା ନିଆଁ । ଆକ୍ସିସ୍ ବ୍ୟାଙ୍କ୍ ଏଟିଏମ୍ରେ ନିଆଁ ଲାଗିଥିବା ସୂଚନା । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅସୁରେଶ୍ଵରରେ ଥିବା ଏହି ଏଟିଏମ୍ରେ ନିଆଁ ଲାଗିଥିବା ସୂଚନା ରହିଛି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି ।
ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ଅସୁରେଶ୍ଵର ସୁଭଦ୍ରା ମହତାବ ମହାବିଦ୍ୟାଳୟ ନିକଟସ୍ଥ ଆକ୍ସିସ୍ ବ୍ୟାଙ୍କ ଏଟିଏମ୍ ଅଚନାକ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି । ନିଆଁ ଲାଗିବା ଖବର ପାଇ ନିଶ୍ଚିନ୍ତକୋଇଲି ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଅଗ୍ନିଶମ ବାହିନୀ ନିଆଁକୁ ଆୟତ କରିଥିବା ସୂଚନା ମିଳିଛି ।
ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ଇଲେକ୍ଟ୍ରି ସର୍ଟ ସର୍କିଟ୍ କାରଣରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ନିଶ୍ଚିନ୍ତକୋଇଲି ପୋଲିସର ତଦନ୍ତ ପରେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିବ ।
You Can Read:
ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ, ଦେଶ ବିଦେଶର ବଡ ବଡ ଶିଳ୍ପପତି ସାମିଲ