ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ବଢିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା। ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଆଜି ଏହାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
wp:heading {"level":4}Also read- ହାଇକୋର୍ଟ ରାୟ ପରେ ମୋକିମଙ୍କ ପ୍ରତିକ୍ରିୟା, କହିଲେ ନିର୍ବାଚନରେ ମୁଁ ପ୍ରାର୍ଥୀ ହେବା ନିଶ୍ଚିତ
/wp:headingସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି ।
ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।
ସୂଚନାଯୋଗ୍ୟ ନିର୍ବାଚନକୁ ଆଉ କେଇଟା ଦିନ ବାକି ରହିଛି। ଏହା ପୂର୍ବରୁ ରାଜ୍ୟ ସରକାର ପ୍ରତି ବର୍ଗଙ୍କୁ ନିଜ ସପକ୍ଷରେ ଟାଣିବା ପାଇଁ ପ୍ରତ୍ୟେକ ଦିନ କିଛିନା କିଛି ଘୋଷଣା କରି ଚାଲିଛନ୍ତି। ପାଖାପାଖି ଗୋଟିଏ ମାସ ହେବ ଏମିତି ଘୋଷଣା ଜାରି ରହିଛି। ସେ ଆଶା କର୍ମୀ ହୁଅନ୍ତି କି ପାଚିକା ଅବା ଗଣ ଶିକ୍ଷକ ସଭିଙ୍କ ଦରମା ବୃଦ୍ଧି ଘୋଷଣା କରି ସାରିଛନ୍ତି ସରକାର।