ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | June 15, 2024 IST

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ନିଧନ ହୋଇଛି । ସେ ଓଡ଼ିଶାର ୪୩ତମ ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ । ମହାରାଷ୍ଟ୍ରରୁ ଆସୁଥିବା ଏହି ରାଜନେତା କଂଗ୍ରେସର ଜଣେ ଟାଣୁଆ ରାଜନେତା ଥିଲେ । ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ତିନି ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।

ଜଣେ ଆଇନଜୀବୀ ଭାବେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ବହୁ ଖ୍ୟାତି ଅର୍ଜନ କରିଥିଲେ । ସୁପ୍ରିମକୋର୍ଟରେ ସେ ଜଣେ ବରିଷ୍ଠ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ । ଏହାସହ ସୁପ୍ରିମକୋର୍ଟ ବାର୍ ଆସୋସିଏସନର ସଭାପତି ଭାବେ ୨ ଥର ନିର୍ବାଚିତ ହୋଇଥିଲେ । ୨୦୦୭ ଅଗଷ୍ଟ ୨୧ରେ ସେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଥିଲେ । ପୂର୍ବତନ ରାଜ୍ୟପାଳଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ବ୍ୟକ୍ତ କରିଛନ୍ତି ।



ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିରୋଧରେ ଓଡ଼ିଶା ରାଜ୍ୟପାଳ ଶୋକ ବ୍ୟକ୍ତ କରିଛନ୍ତି । ରାଜ୍ୟପାଳ ଲେଖିଛନ୍ତି, ‘ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।‘


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.