ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ଡାକିଲେ ଜରୁରୀକାଳୀନ ବୈଠକ

Published By : Prameya-News7 Bureau | October 20, 2024 IST

ଭୁବନେଶ୍ବର ୨୦।୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଡାକିଲେ ଜରୁରୀକାଳୀନ ବୈଠକ । ଲୋକସେବା ଭବନରେ ରବିବାର ଅପରାହ୍ନରେ ବୈଠକ ବସିବ । ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ ବିଭାଗୀୟ ସଚିବ ମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜସ୍ୱ, ଶକ୍ତି, କୃଷି, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ ଭଳି ବିଭିନ୍ନ ବିଭାଗର ସଚିବ ମାନେ ବୈଠକରେ ଉପସ୍ଥିତ ରହିବେ ।

ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା । ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ବୋଲି IMD ପକ୍ଷରୁ ସୂଚନା ଜାରି ହୋଇଛି । ୨୨ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବାର ପୂର୍ବାନୁମାନ କରାଯାଇଛି । ଯାହା ୨୩ ତାରିଖ ସୁଦ୍ଧା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି ।

You Can Read:

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କଳାବଜାରୀ ଓ ମହଜୁଦକାରୀଙ୍କ ଉପରେ ନଜର ରଖିବାକୁ ଯୋଗାଣ ମନ୍ତ୍ରୀଙ୍କ ପରାମର୍ଶ

 

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.