ବୁଡ଼ିଲା ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ, ୩ ଦିନ ପର୍ଯ୍ୟଟକଙ୍କ ପାଇଁ ପଞ୍ଚଲିଙ୍ଗେଶ୍ୱର ମନା

Published By : Prameya-News7 Bureau | October 25, 2024 IST

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ବିଳମ୍ବିତ ରାତି ପ୍ରାୟ ୧୨ଟା ସମୟରେ ଓଡିଶା ଉପକୂଳ ସ୍ପର୍ଶ କରିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଏହା ଲ୍ୟାଣ୍ଡଫଲ୍ କରିଛି । ଯାହା ସୂଚନା ରହିଛି ବାତ୍ୟା ରାଜନଗରର ହବେଳୀଖଟିରେ ସ୍ଥଳଭାଗ ଛୁଇଁଛି । ଏହା ଫଳରେ କିଛି ସ୍ଥାନରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କି.ମି. ରହିଥିଲା । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । 

ବାତ୍ୟା ‘ଦାନା’ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଥିବା ବେଳେ ବାଲେଶ୍ବର ଜିଲ୍ଲାରେ ମଧ୍ୟ ତୁହାକୁ ତୁହା ବର୍ଷା ଲାଗି ରହିଛି । ଦେବଗିରି ପାହାଡ଼ରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଝରଣା ପାଣି ଆସିବାରୁ ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ୱର ବୁଡିଯାଇଛି । ଫଳରେ ୩ ଦିନ ପାଇଁ ଶୈବପୀଠ ବନ୍ଦ ହୋଇଛି । ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

You Can Read:

MKCG ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ସତ୍ୟାସତ୍ୟ ମିଳିଲେ ହେବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

  • odisha
  • OdishaNews
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.