ପୁରୀ ୨୮।୧: ଚଳିତ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଛି ପ୍ରଥମ ପର୍ଯ୍ୟାୟ ରଥ କାଠ । ନୟାଗଡ଼ ଦଶପଲ୍ଲା ରେଞ୍ଜରୁ ଆସିଛି ରଥ କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ । ମୋଟ୍ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି ।
ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ମଙ୍ଗଳବାର ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି ୧୦୧ ଖଣ୍ଡ ଧଉରା ଓ ଅସନ କାଠ । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି ।
ଫେବୃଆରୀ ୨ ତାରିଖ ଶ୍ରୀପଞ୍ଚମୀ ଦିନ ବିଧି ଅନୁଯାୟୀ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥ ନିର୍ମାଣ ପାଇଁ ତିନୋଟି ରଥ କାଠ ପୂଜା କରାଯିବ । ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପହଞ୍ଚିବ ବୋଲି ବରିଷ୍ଠ ରଥ ତତ୍ତ୍ବାବଧାରକ ସୁଦର୍ଶନ ମେକାପ କହିଛନ୍ତି ।
You Can Read:
ମାଘ ମେଳାରେ ହୋଇଥିଲା ବିବାଦ, ୩ ବର୍ଷର ଶିଶୁ ପତ୍ରର ଜୀବନ ନେଇଗଲା ଅଭିଯୁକ୍ତ