ଭୁବନେଶ୍ବର ୨୦।୭: ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।
ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ । ପୀଡ଼ିତାଙ୍କର ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ । ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି ।’
ସେପଟେ ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, ‘ସର୍ବୋତ୍ତମ ଚିକିତ୍ସା ପାଇଁ ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏହି ଘଟଣାରେ ତ୍ବରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି । ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।‘
You Can Read:
FM ଛାତ୍ରୀ ଆତ୍ମାହୁତି ଘଟଣା : ପୂର୍ବରୁ ଯେଉଁମାନେ ଯାହା ମତ ଦେଇଥିଲେ, ଏବେ ତାହା ବଦଳୁଛି