ଉମରକୋଟ ୨୧।୪: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ଯୋଡ଼େଙ୍ଗା ନିକଟରେ ଅଟୋ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଅଟୋରେ ବସିଥିବା ତିନି ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି । ଅଟୋରେ ବସିଥିବା ୮ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଯୋଡେଙ୍ଗା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
ପୂର୍ବତନ ବିଧାୟକ ସୁବାସ ଗଣ୍ଡ ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ ଆହାତଙ୍କୁ ଉଦ୍ଧାର କରିବା ସହ ଚିକିତ୍ସାଳୟରେ ରହି ତଦାରଖ କରୁଛନ୍ତି । ଘଟଣାସ୍ଥଳରେ ରାଇଘର ପୋଲିସ ପହଞ୍ଚି ଗାଡି ଦୁଇଟିକୁ ଜବତ କରିବା ସହ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।
You Can Read :
ସାଢ଼େ ୨ଟା ସୁଦ୍ଧା ୪୩ ଟପିଲା ତାତି, ୪୩.୬ ଡିଗ୍ରୀ ସହ ଝାରସୁଗୁଡ଼ା ଓ କେନ୍ଦୁଝର ସବୁଠୁ ଉତ୍ତପ୍ତ