ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ସିଏମ୍‌ଓ ପକ୍ଷରୁ ଟ୍ବିଟ୍, ‘ମହାପ୍ରଭୁଙ୍କ ଇଚ୍ଛାରେ ୪୬ ବର୍ଷ ପରେ ଖୋଲାଗଲା ରତ୍ନଭଣ୍ଡାର

Published By : Prameya-News7 Bureau | July 14, 2024 IST

ଭୁବନେଶ୍ବର ୧୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ସିଏମ୍‌ଓ ପକ୍ଷରୁ ଟ୍ବିଟ୍ । ଏହି ଟ୍ବିଟ୍‌ରେ ଲେଖାଯାଇଛି, 

ହେ ମହାପ୍ରଭୁ!

ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍‌ ସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ।

ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିଲା। ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା। ଏ ମହାନ୍ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ।

ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା। 

ଜୟ ଜଗନ୍ନାଥ

You Can Read:

ଶୁଭ ମୁହୂର୍ତ୍ତରେ ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ, ପ୍ରଥମ ଦ୍ବାର ଖୋଲି ପ୍ରବେଶ କଲେ ୧୧ ଜଣିଆ ଟିମ୍

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.