ମେକ୍ସିକୋରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୨୪ ମୃତ, ଏକାଧିକ ଆହତ

Published By : Prameya-News7 Bureau | October 27, 2024 IST

ନୂଆଦିଲ୍ଲୀ: ମେକ୍ସିକୋ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମେକ୍ସିକୋ କେନ୍ଦ୍ରୀୟ ରାଜମାର୍ଗରେ ଏହି ଭୀଷଣ ଦୁର୍ଘଟଣା ଘଟିଛି । ଯାତ୍ରୀବାହୀ ବସ୍ ଘାଟିକୁ ଖସିବା ଯୋଗୁ ପ୍ରାୟ ୨୪ଜଣଙ୍କ ମୃତ୍ୟୁ ହୋଅଥିବା ବେଳେ ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିରଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ଜକାଟେକସ୍ ଗଭର୍ଣ୍ଣରଙ୍କ ସୂଚନା ମୁତାବକ, ଶନିବାର ଏହି ଦୁର୍ଘଟଣା ଘଟିଛି । ମେକ୍ସିକୋର କେନ୍ଦ୍ରୀୟ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌କୁ ମକ୍କା ଭର୍ତ୍ତି ଟ୍ରାକ୍ଟର ପଛକୁ ଧକା ଦେଇଥିଲା । ଫଳରେ ବସ୍‌‌ଟି ଭାରସାମ୍ୟ ହରାଇ ଘାଟିକୁ ଖସିପଡ଼ିଥିଲା । ଖବର ପାଇ ରେସକ୍ୟୁ ଟିମ୍ ଘଟଣାସ୍ଥଳରେ ପହଞ୍ଚି ୫ଗୁରୁତରଙ୍କ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଏହି ଘଟଣାରେ   ମୋଟ୍ ୨୪ଜଣଙ୍କ ମୃତ୍ୟୁ ହୋଇଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.