ବ୍ରହ୍ମପୁର ୧୨।୦୫ : ଗଞ୍ଜାମ ଜିଲ୍ଲା ପାତିସୋନପୁରରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ମାର୍ପିଟ୍ ହୋଇଛି । ଯେଉଁଥିରେ ଏକାଧିକ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ପାତିସୋନପୁରରେ କୌଣସି କଥାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇଥିଲା । ଦେଖୁ ଦେଖୁ ବିବାଦ ଉଗ୍ରରୂପ ନେଇଥିଲା । ଆଉ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଥିଲା । ଏହି ସଂଘର୍ଷରେ ଉଭୟ ଗୋଷ୍ଠୀର ଏକାଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଏହି ବିବାଦ ପରେ ଗାଁରେ ଉତ୍ତେଜନା ଦେଖାଦେଇଛି । ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଁରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଆଗକୁ ଯେପରି କିଛି ଅଘଟଣ ନଘଟିବ, ସେଦିଗରେ ମଧ୍ୟ ପୋଲିସ ଧ୍ୟାନ ଦେଉଥିବା ଜଣାପଡିଛି ।