ଆଠଗଡ଼: ଜଗବାଡ଼ି ଏବଂ ପୂର୍ବ ଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ। ମାରପିଟ୍ରେ ୫ ଜଣ ଆହତ ହୋଇଥିବାବେଳେ। ଜଣେ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ଆଠଗଡ଼ ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଓରନ୍ଦା ଓ ସୀତାରମପୁର ଗାଁରେ।
ତେବେ ଗୁରୁତର ଆହତଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବାବେଳେ ଅନ୍ୟ ଆହତଙ୍କୁ ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ୫ ଜଣକୁ ଅଟକ ରଖି ପଚରାଉଚରା ଜାରି ରଖିଛି ।