ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି, ଯୋଡ଼ା ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ!

Published By : Prameya-News7 Bureau | June 17, 2025 IST

ଭୁବନେଶ୍ୱର ୧୭।୬: ଏକାଥରକେ ଦୁଇଟି ଲଘୁଚାପ । ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଆଗକୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି । 

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଛି । ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳ ସାଢ଼େ ୫ଟାରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। 

ସେହିଭଳି ଦେଶର ପଶ୍ଚିମ ଭାଗରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଏହା ଦକ୍ଷିଣ ଗୁଜରାଟ ଏବଂ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ।

You Can Read:

ସ୍ତ୍ରୀ ଓ ଦୁଇ ପିଲାଙ୍କୁ ହାଣି ଫେରାର ଥିଲେ, ଏବେ ମିଳିଲା ମୃତଦେହ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.