ତପ୍ତପାଣି ଘାଟିରେ ଓଲଟିଲା ଟ୍ରକ, ଚାଲିଗଲା ଦୁଇ ଜୀବନ

Published By : Prameya-News7 Bureau | June 02, 2024 IST

ମୋହନା ୦୨।୦୬ : ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ । ଯେଉଁଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଏବେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । 

ଖବର ଅନୁଯାୟୀ, ଗଜପତିରୁ ବ୍ରହ୍ମପୁର ଯାଉଥିଲା ଟ୍ରକ । ହେଲେ ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯକରାପଲି ଗାଁ ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଟ୍ରକଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡିଥିଲା । ଯାହାଫଳରେ ଟ୍ରକରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । 

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି । ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.