କାର୍‌କୁ ପଛରୁ ପିଟିଲା ଟ୍ରକ, ଚାଲିଗଲା ୨ ଜୀବନ

Published By : Prameya-News7 Bureau | February 22, 2025 IST

ଭୁବନେଶ୍ୱର ୨୨।୦୨: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍‌କୁ ଧକ୍କା ଦେଲା ଟ୍ରକ । ଯେଉଁଥିରେ ଦୁଇ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ଭୁବନେଶ୍ୱର ଉପକଣ୍ଠ ଗଙ୍ଗପଡ଼ା ରାସ୍ତାରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା । 

ଖବର ଅନୁଯାୟୀ, ବ୍ରହ୍ମପୁରରୁ ଏକ କାର୍‌ ଯୋଗେ କିଛି ଲୋକ ଭୁବନେଶ୍ୱର ଫେରୁଥିଲେ । ହେଲେ ଗଙ୍ଗପଡ଼ା ଜାତୀୟ ରାଜପଥ ନିକଟରେ କାର୍‌କୁ ଏକ ଟ୍ରକ ଜୋରଦାର ଧକ୍କା ଦେଇଥିଲା । ଯାହାଫଳରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଦୀର୍ଘ ସମୟର ଅକ୍ଲାନ୍ତ ପରିଶ୍ରମ ପରେ କାର୍‌ର ଡୋର କାଟି ସମସ୍ତଙ୍କୁ ଉଦ୍ଧାର କରିଥିଲେ । ହେଲେ ସେତେବେଳକୁ ଏହି ଭୟଙ୍କର ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ତଥ୍ୟ ଅନୁସାରେ କାର୍‌ରେ ଥିବା ଯୁବକମାନେ ପୁରୀ ଜିଲ୍ଲା ଚନ୍ଦନପୁର ଅଞ୍ଚଳର ବୋଲି ଜଣାପଡିଛି। ପୋଲିସ ଘଟଣାରେ ତଦନ୍ତ ଜାରି ରଖିଛି । 

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.