ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତି, କେନ୍ଦ୍ରାପଡାରେ ପହଞ୍ଚିଲା ଏନଡିଆରଏଫର ଦୁଇଟି ଟିମ୍

Published By : Prameya-News7 Bureau | October 22, 2024 IST

କେନ୍ଦ୍ରାପଡ଼ା:  ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡାରେ ପହଞ୍ଚିଲା ଏନଡିଆରଏଫର ଦୁଇଟି ଟିମ୍ l ଦୁଇଟି ଟିମ୍ ର ୭୦ଜଣ ସଦସ୍ୟ ଜିଲ୍ଲା ମୁଖ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ପରେ ବିଶେଷ ପ୍ରଭାବିତ ହେବାକୁ ଥିବା ଅଞ୍ଚଳକୁ ଯାଇଛନ୍ତି l କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡ଼ା, ରାଜନଗର ଓ ରାଜକନିକା ବ୍ଲକ୍ ର ବିଭିନ୍ନ ଅଞ୍ଚଳରେ ଏନଡିଆରଏଫ ଟିମ୍ ମୁତୟନ ରହିବେ l ଲୋକମାନଙ୍କୁ ସଚେତନ କରିବା ସହ ବାତ୍ୟା ପରବର୍ତ୍ତୀ ସ୍ଥିତିରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ l 

ସେହିପରି ଅଗ୍ନିଶମ ବିଭାଗ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି l ଅଗ୍ନିଶମ ବିଭାଗର ୧୦ଟି ୟୁନିଟ୍ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି l ବାତ୍ୟା ମୁକାବିଲା ପାଇଁ ଆବଶ୍ୟକୀୟ ଯନ୍ତ୍ରାଂଶ ସହ ପ୍ରସ୍ତୁତ ରହିଛି ଟିମ୍ l ଭିତରକନିକା ଅଞ୍ଚଳରେ ପହଁଞ୍ଚିବା ପରେ ବାତ୍ୟା ପ୍ରକୋପ ହ୍ରାସ ପାଇବାର ସମ୍ଭାବନା ଥିବା କହିଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ l ତେବେ ବନବିଭାଗ ପକ୍ଷରୁ ଭିତରକନିକା ଜାତୀୟ ଉଦ୍ୟାନ ଅଞ୍ଚଳରେ ବସବାସ କରୁଥିବା ଲୋକମାନଙ୍କୁ ସ୍ଥାନାନ୍ତର ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି l ଜିଲ୍ଲା ପ୍ରଶାସନ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଥିବା ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି l

Also Read- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.