ପୁରୀ: ଭାଙ୍ଗିଗଲା ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ। ଶ୍ରୀମନ୍ଦିର ଚୂଡ଼ାରେ ଆଜି ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନାକୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡଟି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି।
ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ପ୍ରତ୍ୟେକ ଦିନ ଅପରାହ୍ନରେ ବାନା ପରିବର୍ତ୍ତନ ହୁଏ। ତେବେ ଆଜି ଚୁନରା ସେବାୟତ ବାନା ପରିବର୍ତ୍ତନ କରିବାକୁ ଗଲାବେଳେ ହଠାତ୍ ଏହି ବାଉଁଶର ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଥିଲା।