ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ୧୯ଟି ପ୍ରକଳ୍ପର କରିବେ ଉଦ୍‌ଘାଟନ ଓ ଶିଳାନ୍ୟାସ

Published By : Prameya-News7 Bureau | April 17, 2025 IST

ଭୁବନେଶ୍ବର : ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଗଡ଼କରୀ । କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । ୪ ହଜାର କୋଟିର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଡ଼କରୀ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାମାଳାରେ ସାମିଲ ହେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ । ମହତାବଙ୍କ ୧୨୫ତମ ଜନ୍ମ ଶତବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ହେଉଛି । 

ଅପରାହ୍ନରେ ନୀତିନ ଗଡ଼କରୀ ଭୁବନେଶ୍ୱର ଫେରିବେ । ଦିନ ୨ଟା ବେଳକୁ ମଞ୍ଚେଶ୍ୱରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନରେ ଯିବେ କେନ୍ଦ୍ରମନ୍ତ୍ରୀ । ଅପରାହ୍ନ ୩ଟା ବେଳକୁ ହୋଟେଲ ମେ' ଫେୟାରରେ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ । 

ସାଢ଼େ ୪ଟା ବେଳକୁ ବରମୁଣ୍ଡା ପଡ଼ିଆରୁ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ । ୮୦୦ କୋଟି ଟଙ୍କା ବ୍ୟୟରେ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ । ତାଳଚେରରୁ କାମାକ୍ଷନଗର ଯାଏ ହୋଇଥିବା ୪ ଲେନ୍‌ ରାସ୍ତା ପ୍ରକଳ୍ପକୁ ସେ ରାଜ୍ୟ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିବେ । ଏନଏଚ-୧୪୯ ଓ  ୫୩ରେ ତିଆରି ହୋଇଥିବା ଏହି ପ୍ରକଳ୍ପରେ ୭୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି । 

You Can Read:

ବିଜାପୁରରେ ପୋଲିସକୁ ବଡ ସଫଳତା, ୨୨ ହାର୍ଡକୋର ମାଓବାଦୀ ଗିରଫ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.