ହାଟପଡିଆରୁ ମିଳିଲା ଅଜଣା ମୃତଦେହ, ପୋଲିସ ଖୋଜୁଛି ପରିଚୟ

Published By : Prameya-News7 Bureau | October 08, 2024 IST

ଘଟଗାଁ ୦୮।୧୦ : ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ହାଟପଡିଆ ନିକଟରୁ ଠାବ ହୋଇଛି ଅଜଣା ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । 

ଖବର ଅନୁଯାୟୀ, ସୋମବାର ରାତିରୁ ଘଟଗାଁ ଥାନା ହାଟପଡିଆରେ ମୃତଦେହ ପଡିରହିଥିଲା ।ମଙ୍ଗଳବାର ମୃତଦେହଟି ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ତେବେ ଏବେ ଯାଏଁ ମୃତ୍ୟୁର ସଠିକ କାରଣ ଜଣାପଡିନାହିଁ । ଏହାସହିତ ମୃତକଙ୍କ ପରିଚୟ ମଧ୍ୟ ମିଳିନାହିଁ । ପୋଲିସର ପ୍ରାଥମିକ ତଦନ୍ତ ପରେ ହିଁ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ସ୍ଥାନୀୟ ଲୋକେ ଆଶା ରଖିଛନ୍ତି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.