ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଏକାଧିକ ସ୍ଥାନରେ ରେଡ୍

Published By : Prameya-News7 Bureau | September 20, 2024 IST

ବାଲେଶ୍ଵର ୨୦/୦୯: ଭିଜିଲାନ୍ସ ଜାଲରେ ବାଲେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ । ଆୟବର୍ହିଭୂତ ସଂପତ୍ତି ଠୁଳ ମାମଲାରେ କାର୍ଯ୍ୟାଳୟରେ ଭିଜିଲାନ୍ସର ଚଢ଼ାଉ । ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ ଭି ହରିହର ରାଓଙ୍କ କୁକୁଡ଼ା ପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନରେ ଚଢାଉ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଚଢାଉ ଜାରି ରଖିଛି ଭିଜିଲାନ୍ସ।

ସୂଚନା ଥାଉକି, ବାଲେଶ୍ଵରରେ ଭିଜିଲାନ୍ସ ରେଡ । (ଆର୍ ଡି) ବିଭାଗର Additional chief Construction Engineerଙ୍କ ଘରେ ରେଡ କରୁଛି ଭିଜିଲାନ୍ସ । କୁକୁଡ଼ା ପଦା ସ୍ଥିତ ଅଫିସରେ ରେଡ୍ କରୁଛି ଭିଜିଲାନ୍ସ । ରେଡ କରୁଛି ଭିଜିଲାନ୍ସ । ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଛି ଭିଜିଲାନ୍ସ। 

ମୁଖ୍ୟଯନ୍ତ୍ରୀଙ୍କର ବ୍ରହ୍ମପୁର ଭାବିନିପୁରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ସ୍ଥିତ ପାତ୍ରପଡ଼ାରେ ଥିବା ବିଲଡିଂ, ବ୍ରହ୍ମପୁର କମାପଲ୍ଲୀରେ ଏକ ଥ୍ରୀ ବିଏଚକେ ଫ୍ଲାଟ, ଫୁଲବାଣୀ ଓଲେନବାଚରେ ଥିବା ତାଙ୍କ ପୈତୃକ ଘର, ବାଲେଶ୍ୱର ଥିବା ସରକାରୀ ବାସଭବନ ଓ ଅଫିସ, କେନ୍ଦୁଝରରେ ଥିବା ଅଫିସ ଚାମ୍ବର, ବ୍ରହ୍ମପୁର ତୁଳସୀନଗର ଓ ଶାନ୍ତି ନଗରରେ ଥିବା ସଂପର୍କୀୟଙ୍କ ଘର ଓ କେନ୍ଦୁଝର ବଳଦେବଜିଉ କଲୋନୀରେ ଥିବା ତାଙ୍କର ଜଣେ ସହଯୋଗୀଙ୍କ ଘରେ ଏକ କାଳୀନ ଚଢ଼ଉ କରାଯାଇଛି। ଏହି ଚଢ଼ଉରେ ୧୧ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଓ ୧୧ ଜଣ ଏଏସଆଇ ସାମିଲ୍ ହୋଇଛନ୍ତି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.