ସମ୍ବଲପୁର ୨୮।୦୪ : ଭିସୁଟରେ ଛାତ୍ରଙ୍କୁ କାର୍ଯ୍ୟାନୁଷ୍ଠାନ । ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ । କେବଳ ସେତିକି ନୁହେଁ, ୫ ଜଣ ଛାତ୍ରୀଙ୍କ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।
ଖବର ଅନୁଯାୟୀ, ଏପ୍ରିଲ ୧୦ ତାରିଖରେ ୭ ଜଣ ସାଙ୍ଗ ଏକାଠି ହୋଇ ହୀରାକୁଦ ଜଳଭଣ୍ଡାରର ଫିସରି ଅଞ୍ଚଳକୁ ଭୋଜି କରିବାକୁ ଯାଇଥିଲେ। ଗାଧୋଉଥିବା ସମୟରେ ଅସବାଧାନତା ବଶତଃ ଇଲେକ୍ଟ୍ରିକାଲ ଇଂଜିନିୟରିଂ ବିଭାଗର ଶେଷ ବର୍ଷର ଛାତ୍ରୀ ଶାଶ୍ୱତୀ ଭୋଇ ପାଣିରେ ବୁଡି ଯାଇଥିଲେ । ସାଙ୍ଗମାନେ ଉଦ୍ଧାର କରି ବୁର୍ଲା ମେଡିକାଲକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାର ତଦନ୍ତ କରି ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ । କେବଳ ସେତିକି ନୁହେଁ, ୫ଜଣ ଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି । କିଛି ଛାତ୍ରଙ୍କ ଗ୍ରେଡ କମାଇ "ଏଫ" କରିବାକୁ ନିଷ୍ପତ୍ତି ହେବା ସହ ୫୦୦୦ ଟଙ୍କା ଫାଇନ୍ ହୋଇଛି । ସେହିପରି DSW ତତ୍ତ୍ୱାବଧାନରେ ସାମାଜିକ କାମ କରିବାକୁ ନିର୍ଦ୍ଦେଶ ହୋଇଛି । କାରଣ ଭିସୁଟ୍ ଛାତ୍ରଛାତ୍ରୀଙ୍କୁ ସମ୍ବେଦନଶୀଳ ଅଞ୍ଚଳକୁ ଯିବା ନେଇ କଟକଣା ଲାଗିଥିଲା । ଏହାକୁ ମାନିନଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି।