କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ସହ POSH ଆକ୍ଟ ସଚେତନତା କର୍ମଶାଳା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି

Published By : Prameya-News7 Bureau | July 18, 2025 IST

ଭୁବନେଶ୍ବର ୧୮୭: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି ।

ଏଥିସହ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ ଅଧିନିୟମ, ୨୦୧୩ (POSH Act, 2013) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH Act, 2013ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ । କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି ।

You Can Read:

ଆସନ୍ତା ୨୪ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ରାଜ୍ୟର ଅନେକ ସ୍ଥାନରେ ହେବ ବର୍ଷା

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.